Spread the love

କଟକ ଗଣ ଦୁଷ୍କର୍ମ ମାମଲାକୁ ରାଜ୍ୟ ସରକାର ଗୁରୁତ୍ବର ସହ ନେଇଛନ୍ତି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି ।

ମନ୍ତ୍ରୀ କହିଛନ୍ତି, ମହିଳାଙ୍କ ଉପରେ ଆକ୍ରମଣ ହେଉ କି ନିର୍ଯାତନା କିମ୍ବା ଦୁଷ୍କର୍ମ, ସରକାର କଠୋର ଭାବେ ଦମନ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି । ମହିଳା ବିରୋଧୀ ଅପରାଧରେ ଶୂନ୍ୟ ସହନଶୀଳତା ନୀତି ଆପଣାଇବାକୁ ସରକାର କହିଛନ୍ତି ।

କଟକରେ ଦୁର୍ଭାଗ୍ୟପୂର୍ଣ୍ଣ ସ୍ଥିତିରେ ଯେଉଁ ଘଟଣା ଘଟିଛି । ସେହି ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କୁହାଯାଇଛି । କୌଣସି ଟାଳଟୁଳ ନୀତି ଆପଣାଇବେନି । ଦୋଷୀକୁ ଦଣ୍ଡିତ କରିବା ପାଇଁ ସବୁ ପଦକ୍ଷେପ ନିଆଯିବ । ଓଡ଼ିଶାରେ ମହିଳା ବିରୋଧୀ ଅପରାଧରେ ଦଣ୍ଡ ବିଧାନ ହାର ସଜାଡ଼ିବା ପାଇଁ ପଦକ୍ଷେପ ନିଆଯାଉଛି । ୨୦୩୬ ସୁଦ୍ଧା ଓଡିଶା ଦେଶରେ ମହିଳା ବିରୋଧୀ ଅପରାଧ ମୁକ୍ତ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *