Spread the love

ଆଦ୍ର ଭୂମି ସଂରକ୍ଷଣ ଦିବସ ପାଳିତ

କଟକ ନୂଆବଜାର ସ୍ଥିତ ନେହେରୁ ନୋଡାଲ ଉଚ୍ଚ ବିଦ୍ୟାପୀଠ ଠାରେ ବିଶ୍ଵ ଆଦ୍ରଭୂମି ସଂରକ୍ଷଣ ଦିବସ ଓ ସଚେତନତା କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବରେନ୍ଦ୍ର କୁମାର ନନ୍ଦ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ପରିବେଶ ବିତ ଡକ୍ଟର ଅର୍ଜୁନ କୁମାର ବିଶ୍ବାଳ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଆଦ୍ର ଭୂମି ସଂରକ୍ଷଣ ସଚେତନତା ଉପରେ ଆଲୋକପାତ କରିଥିଲେ। ଅନ୍ୟତମ ଅତିଥି ଭାବରେ ଅବସର ପ୍ରାପ୍ତ ଶିକ୍ଷୟତ୍ରୀ ମିନତୀ ମହାପାତ୍ର ଛାତ୍ର ଛାତ୍ରୀ ମାନଙ୍କୁ ପରିବେଶ ସଚେତନତା ଆଦ୍ର ଭୂମି ସଂରକ୍ଷଣ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ପ୍ରାରମ୍ଭରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଗଙ୍ଗାଧର ସାହୁ ସ୍ଵାଗତ ଭାଷଣ ଦେବା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଆଦ୍ର ଭୂମି ସଂରକ୍ଷଣ ଓ ଶକ୍ତି ସଂରକ୍ଷଣ ଉପରେ ବକ୍ତୃତା ପ୍ରତିଯୋଗିତା, ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୃତୀ ପ୍ରତି ଯୋଗୀ ମାନଙ୍କୁ ଅତିଥି ବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ। ଶେଷରେ ଶିକ୍ଷକ ଦିଲ୍ଲୀପ କୁମାର ରାଉତ ଧନ୍ୟବାଦ୍ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *

You Missed