Spread the love

ଦ୍ରୁତଗତିରେ ଆଗେଇ ଚାଲିଛି ରଥ ନିର୍ମାଣ କାମ , ସ୍ନାନ ପୂର୍ଣ୍ଣିମା ସୁଦ୍ଧା ରଥରେ ଉଠିଥିବ ଚାରିନାହାକା!.
ବିଧି ମୁତାବକ ରଥଖଳାରେ ତିନିରଥ ନିର୍ମାଣ କାମ ଦ୍ରୁତଗତିରେ ଆଗେଇ ଚାଲିଛି। ଭଉଁରି ଉତ୍ସବ ପରେ ଏବେ ନିର୍ମାଣକାରୀଙ୍କ ଟାର୍ଗେଟ ରହିଛି ସ୍ନାନ ପୂର୍ଣ୍ଣିମା। ଠାକୁରଙ୍କ ସ୍ନାନ ପୂର୍ଣ୍ଣିମା ସୁଦ୍ଧା ରଥରେ ଉଠିଥିବ ଚାରିନାହାକା। ଏହା ପୂର୍ବରୁ ସମସ୍ତ ଚକ ଓ ଅଖ ସଂଯୋଗ ସରି ଦଣ୍ଡା କାର୍ଯ୍ୟ ସମ୍ପର୍ଣ୍ଣ କରାଯିବ। ଦଣ୍ଡା ଉଠିବା ପରେ ଗରଗରା ପଡ଼ି ଚାରି ନାହାକା ଉଠିବ। ଏଥିପାଇଁ ଚଳଚଞ୍ଚଳ ରଥଖଳା। ତିନି ରଥର ଅଖ ହଣା ଆରମ୍ଭ ହୋଇଛି। ରଥର ପାର୍ଶ୍ବ ମୁହାଁଟ କାମ ଚାଲିଛି। ବିଶ୍ବକର୍ମାମାନେ ରଥର ୮ଟି ଖମ୍ବୀ ତିଆରୁଛନ୍ତି। ତିନି ରଥର ନାହାକା ଅଖ ନିର୍ମାଣ ସରି ଚକ ସଂଯୋଗ ସରିଥିଲା!.
ଏବେ ଦେବଦଳନର ବାକି ୫ଟି , ନନ୍ଦିଘୋଷର ୭ଟି ଓ ତାଳଧ୍ବଜର ୬ଟି ଅଖର ହଣା ଆରମ୍ଭ ହୋଇଛି। ୪୦ ଫୁଟିଆ ଧଉରା କାଠରେ ତିଆରି ହେଉଛି ଅଖ। ରଥ ଖଳାରେ ଚକ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୀତଳଷଷ୍ଠୀ ସୁଦ୍ଧା ସମସ୍ତ ଚକ ଓ ଅଖ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯିବ। ସେପଟେ ରୂପକାରମାନେ ଗୁଜରେ ସିଂହବିରାଳ ଖୋଦେଇରେ ବ୍ୟସ୍ତ। ତାଳଧ୍ବଜ ଓ ନନ୍ଦିଘୋଷ ଓ ଦେବଦଳନର ୧୨ଟି ଗୁଜ ନିର୍ମାଣ ହେଉଛି। ଏସବୁ ରଥ କୋଣରେ ସ୍ଥାପନ ହେବ!.

Related Post

Leave a Reply

Your email address will not be published. Required fields are marked *

You Missed