ବିଜେଡିର ଅପରେସନ ଗଞ୍ଜାମ
ଭୁବନେଶ୍ବର : ଗଞ୍ଜାମ ଜିଲ୍ଲାରେ ବିଜେପିକୁ ବଡ଼ ଝଟକା । ବିଜେଡିରେ ମିଶିଲେ ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଅନେକ ପଞ୍ଚାୟତ ପ୍ରତିନିଧି । ବୁରୁପଡା ସରପଞ୍ଚ ସନ୍ତୋଷିନୀ ବେହେରାଙ୍କ ନେତୃତ୍ୱରେ ଶତାଧିକ ଲୋକ ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛି । ସେମାନେ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟି ନିଜ ମତ ଜଣାଇବା ପରେ ଶଙ୍ଖ ଭବନରେ ବିଜେଡିରେ ମିଶିଛନ୍ତି ।
ହିଞ୍ଜିଳି ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ ଯେଉଁଠାରୁ ସେ ଲଗାତାର ୬ ଥର ବିଧାୟକ ଭାବେ ଜିତିଛନ୍ତି । ଗତ ନିର୍ବାଚନରେ ବି ହିଞ୍ଜିଳିବାସୀ ନବୀନଙ୍କ ଉପରେ ଆଶୀର୍ବାଦ ବର୍ଷା କରି ବିଧାୟକ କରିଛନ୍ତି । ସମସ୍ତଙ୍କୁ ଦଳୀୟ ସଭାପତି ନବୀନ ପଟ୍ଟନାୟକଙ୍କ ପକ୍ଷରୁ ସ୍ୱାଗତ କରିଛନ୍ତି ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର,
କାର୍ଯ୍ୟକ୍ରମ ରୂପାନ୍ତର କମିଟି ଆବାହକ ସଞ୍ଜୟ ଦାସବର୍ମା ଓ ସଭ୍ୟ ସଂଗ୍ରହ କମିଟି ଆବାହକ ଅତନୁ ସବ୍ୟସାଚୀ ନାୟକ, ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ । ବିଜେଡିକୁ ଅଧିକ ସଂଗଠିତ କରିବାକୁ ସମସ୍ତେ ସଂକଳ୍ପବଧ । ଆଜି ଗଞ୍ଜାମ ଜିଲ୍ଲା ବିଶେଷ କରି ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ପାଇଁ ଗୋଟେ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ ଦିନ । ଓଡ଼ିଶାର ଲୋକପ୍ରିୟ ଜନନେତା ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ଉପରେ ଭରସା କରି ଆଜି ବୁରୁପଡା ପଞ୍ଚାୟତ ସରପଞ୍ଚଙ୍କ ନେତୃତ୍ୱରେ ଅନେକ ନେତା ବିଜେଡିରେ ସାମିଲ ହୋଇଛନ୍ତି । ତୃଣମୂଳ ସ୍ତରରେ ନବୀନ ପଟ୍ଟନାୟକଙ୍କ ଉପରେ ଆସ୍ଥା ଓ ଭରସା ରହିଛି । ବିଜେଡିରେ ସାମିଲ ହୋଇ ବହୁତ ଖୁସି ଥିବା କହିଲେ ସନ୍ତୋଷିନୀ । ଗତ ସାତ ମାସ ହେଲାଣି ବିଜେପି କିଛି କାମ କରିନଥିରୁ ସେ ବିଜେଡିରେ ସାମିଲ ହୋଇଥିବା କହିଛନ୍ତି ।