ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟ ଏବେ ଆକ୍ସନ୍ ମୋଡରେ ଆସିଛି। ଜନଶୁଣାଣିରେ ଲୋକମାନଙ୍କ ପକ୍ଷରୁ ଅଣାଯାଉଥିବା ଅଭିଯୋଗ ଏବଂ ସମସ୍ୟାର ସମାଧାନ ନହେଲେ ଏଣିକି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ) ପକ୍ଷରୁ ଚିଠି ଜାରି ହୋଇଛି ।”
କିଛି ଲୋକମାନେ ସେମାନଙ୍କ ସମସ୍ୟାର ସମାଧାନ ହେଉ ନଥିବାରୁ ବାରମ୍ବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଛନ୍ତି । ସେମାନଙ୍କ ସମସ୍ୟାର ସମାଧାନ ଯେପରି ଥରକରେ ହୋଇପାରିବ, ତାହା ଉପରେ ଗୁରୁତ୍ବ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।”
![](https://darshansamikhya.in/wp-content/uploads/2025/02/IMG_20250207_160943.jpg)