Spread the love

ନବରଙ୍ଗପୁର: ଜନସଂପର୍କ ପଦଯାତ୍ରାରେ ରାଜ୍ୟସଭା ସାଂସଦ ମୁନା ଖାନ୍‌ଙ୍କ ବୟାନ କଂପନ ସୃଷ୍ଟି କରିଛି।

ବି‌ଜେଡି ଅଳ୍ପ ଦିନ ମଧ୍ୟରେ କ୍ଷମତାକୁ ଫେରିବ ବୋଲି ଇସାରା ଦେଇଛନ୍ତି। କର୍ମୀଙ୍କ ମନୋବଳ ବଢ଼ାଇବାକୁ ଯାଇ ମୁନା କହିଥିଲେ, ନିର୍ବାଚନ ପୂର୍ବରୁ ବିଜେଡି ଛାଡ଼ିଥିବା ୨୨ ନେତା ବିଜେପିରେ ଯୋଗ ଦେଇଥିଲେ।

ବିଜେପି ଟିକେଟ୍‌ ପାଇ ବିଧାୟକ ହୋଇଛନ୍ତି। ସେଥିରୁ ୧୪ ବିଧାୟକ ଏବେ ବିଜେଡି ଲିଙ୍କ୍‌ରେ ଅଛନ୍ତି। ବିଜେପି ନିର୍ବାଚନରେ ଯାହା ପ୍ରତିଶ୍ରୁତି ଦେଇଥିଲା ପୂରଣ କରିବାରେ ବିଫଳ ହୋଇଛି। ତେଣୁ ଆଜି ଯଦି ନିର୍ବାଚନ ହେବ ତେବେ ବିଜେଡିକୁ ୧୦୦ ସିଟ୍‌ ମିଳିବା ନିଶ୍ଚିତ। କାରଣ ଏବେ ମଧ୍ୟ ୯୦ପ୍ରତିଶତ ବ୍ଲକ ଏବଂ ଜିଲ୍ଲା ପରିଷଦ ବିଜେଡି ଦଖଲରେ ହିଁ ରହିଛି।

Related Post

Leave a Reply

Your email address will not be published. Required fields are marked *

You Missed