ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ୭୯ ତମ ସ୍ବାଧିନତା ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ଏଥିରେ ଅଧ୍ୟକ୍ଷତା କରି ଥିଲେ.

Spread the love

୭୯ ତମ ସ୍ବାଧିନତା ଦିବସ କୁ ପ୍ଲାଷ୍ଟିକ ମୁକ୍ତ କରାଯିବ:
ସ୍ୱାଧୀନତା ଦିବସ ପ୍ରସ୍ତୁତି ବୈଠକ।
ନୟାଗଡ଼ :ଦର୍ଶନ ସମୀକ୍ଷା

ଆଜି ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ୭୯ ତମ ସ୍ବାଧିନତା ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ଏଥିରେ ଅଧ୍ୟକ୍ଷତା କରି ଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ଓ ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ, ଜିଲ୍ଲା ପରିଷଦ ଉନ୍ନୟନ ଅଧିକାରୀ ଲଗ୍ନାଜିତ୍ ରାଉତ, ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସୁବାସ ଚନ୍ଦ୍ର ପଣ୍ଡା ପ୍ରମୁଖ ଅତିଥି ଭାବେ ଯୋଗଦେଇ ଥିଲେ। ପ୍ରଥମେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଗତ ବର୍ଷର ଏଜେଣ୍ଡା ପାଠ କରିଥିଲେ।ଏଥି ସହିତ ଚଳିତ ବର୍ଷ କିଭଳି ଏହାକୁ ଶାନ୍ତି ପୂର୍ଣ୍ଣ ଭାବେ ପାଳନ ପାଳନ କରାଯିବ ଏ ନେଇ ଜିଲ୍ଲାପାଳ ବିଭିନ୍ନ ବିଭାଗ ଗୁଡ଼ିକୁ ନିର୍ଦ୍ଦେଶ ଦେଇ ଥିଲେ। ବିଶେଷ କରି ଜଳ ଯୋଗାଣ, ଅଭ୍ୟାସ ପ୍ୟାରେଡ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା ନିମନ୍ତେ ଗୁରୁତ୍ୟୋ ଦିଆ ଯାଇଥିଲା। ଚଳିତ ବର୍ଷର ପରେଦକୁ ପ୍ଲାଷ୍ଟିକ ମୁକ୍ତ କରାଯିବ ବୋଲି ଜିଲ୍ଲାପାଳ ଘୋଷଣା କରି ଥିଲେ। ମୋଟ୪୯ ଗୋଟି ଦଳ ଚଳିତ ବର୍ଷ ପ୍ୟାରେଡ଼ରେ ଅଂଶ ଗ୍ରହଣ କରିବେ ବୋଲି ଜଣାଯାଇଛି।

Leave a Reply

Your email address will not be published. Required fields are marked *