Spread the love

ଓଟିଏମରେ ଟେକ୍ସଟାଇଲ ପାର୍କର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ସୃଷ୍ଟି ହେବ ୧୦ହଜାର ନିଯୁକ୍ତି

ପ୍ରତିଷ୍ଠା ହେବ ଏସିଆ ମହାଦେଶର ବୃହତ୍ କପଡ଼ା କାରଖାନା । ଶନିବାର କଟକ ଚୌଦ୍ୱାର ସ୍ଥିତ ଓଟିଏମ ଜମିରେ ଟେକ୍ସଟାଇଲ ପାର୍କର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଟିଏମର ୪୭୮ ଏକର ଜମିରେ ୩ହଜାର କୋଟି ଟଙ୍କା ବ୍ୟୟରେ ଏକ ନୂଆ ଟେକ୍ସଟାଇଲ ଶିଳ୍ପ ପ୍ରତିଷ୍ଠା ହେବ । ଏହାଦ୍ୱାରା ୧୦ହଜାର ନିଯୁକ୍ତି ସୃଷ୍ଟି ନେଇ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାର ଓଟିଏମର ମୋଟ ୫୨୨ ଏକର ଜମିକୁ ନିଜ ଅଧିନକୁ ନେଇ ସେଥିରୁ ଟେକ୍ସଟାଇଲ ପାର୍କ ପାଇଁ ୱେଲସ୍ପନ୍ କମ୍ପାନୀକୁ ପ୍ରଥମ ପର୍ଯ୍ୟାୟରେ ୨୩୦ ଏକର ଜମି ଯୋଗାଇ ଦେଇଛନ୍ତି । ପର୍ଯ୍ୟାୟକ୍ରମେ କମ୍ପାନୀକୁ ବାକି ଜମି ଦିଆଯିବ ବୋଲି କୁହାଯାଇଛି । ଓଟିଏମ ମିଲ୍‍ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସ୍ୱପ୍ନର ପ୍ରକଳ୍ପ ଥିଲା । କାଳକ୍ରମେ ଏହା ବନ୍ଦ ହୋଇଯିବାରୁ ଜୀବିକା ହରାଇଥିଲେ ହଜାର ହଜାର ଶ୍ରମିକ । ଦୀର୍ଘ ଦିନର ଦାବି ପରେ ଏଠାରେ ନୂଆ ଟେକ୍ସଟାଇଲ ପାର୍କ ନିର୍ମାଣ ହେବାକୁ ଯାଉଛି ।

Leave a Reply

Your email address will not be published. Required fields are marked *