ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲ ପରୋଲୋକ
Big breking
ବଡଚଣା ରୁ ବେଦପ୍ରକାଶ ନାୟକ ଙ୍କ ରିପୋର୍ଟ
ରାଜ୍ୟରୁ ଉଜ୍ଜ୍ବଳ ଦୀପଟିଏ ଲିଭିଗଲା
ବଡଚଣା ର ଶେଷ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲ
ଶତାୟୁ ସ୍ବାଧିନତା ସଂଗ୍ରାମୀ ତଥା ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ପରିଷଦର ସଭାପତି ଥିଲେ ବଡ଼ଚଣାବାସୀଙ୍କ ପାଇଁ ଅନ୍ୟତମ ଗର୍ବ ସମ୍ମାନୀୟ ନୀଳମଣି ସାମଲଙ୍କର ୧୦୨ବର୍ଷ ବୟସରେ ଆଜି କଟକ ବଡ଼ ଡ଼ାକ୍ତରଖାନାରେ ପରଲୋକ ହୋଇଯାଇଛି । କିଛିଦିନ ତଳେ ସେ ମସ୍ତିଷ୍କ ଆଘାତରେ ପୀଡ଼ିତ ହୋଇ ସ୍ନାୟୁଶଲ୍ୟ ବିଭାଗରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ । ସ୍ବର୍ଗତ ସାମଲ ସ୍ୱାଧୀନତା ସଂଗ୍ରାମରେ ଝାସ ଦେଇ ୩ବର୍ଷ କାଳ କାରାବାସ ଭୋଗ କରିଥିଲେ ଏବଂ ସେ ମଧ୍ୟ ଦୁଇ ଦୁଇ ଥର ରାଷ୍ଟ୍ରପତିଙ୍କ ଦ୍ଵାରା ସମ୍ମାନିତ ହୋଇଥିଲେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ ଓଡ଼ିଶା ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ କୃତ୍ୟ ହେବ ରାଜଧାନୀ ଭୁବନେଶ୍ଵର ରେ ।ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ତଥା ରାଜ୍ୟ ସ୍ଵାଧୀନତା ସଂଗ୍ରାମୀ ସଂଗଠନ ର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।ଏକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯୁବ ବୟସରେ ସ୍ବାଧିନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ବାଧିନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ। ସ୍ବାଧିନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ ସେବା ଓ ଦେଶପ୍ରେମର ବାର୍ତ୍ତା ଦେଇ ଆସିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ବିୟୋଗରେ ଜଣେ ବିଶିଷ୍ଟ ସଂଗ୍ରାମୀଙ୍କୁ ଆମେ ହରାଇଲୁ ବୋଲି ସେ କହିଛନ୍ତି।ସ୍ବର୍ଗତ ସାମଲ ଙ୍କ ଶେଷ କୃତ୍ୟ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।