ମାଲକାନଗିରିରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ
ମାଲକାନଗିରି:ଦର୍ଶନସମୀକ୍ଷା
ଦେଶ ପାଳୁଛି ୭୯ତମ ସ୍ଵାଧୀନତା ଦିବସ । ଏହି ଅବସରରେ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ବସ୍ ଷ୍ଟାଣ୍ଡ ଠାରୁ ସଂସ୍କୃତି ଭବନ ପର୍ଯ୍ୟନ୍ତ ହର ଘର ତ୍ରିରଙ୍ଗା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାପାଳ ସୋମେଶ ଉପାଧ୍ୟାୟଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ
ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍ଘାଟନ କରିଥିଲେ। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି କହିଲେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆମ ସମସ୍ତଙ୍କୁ ଦେଶ ପ୍ରେମର ସୂତ୍ରରେ ବାନ୍ଧିବାରେ ସଫଳ ହେଉଛି । ଜାତୀୟ ପତାକା ଦେଶ ବାସୀଙ୍କ ପାଇଁ ସମ୍ମାନ ଓ ଗୌରବ ବହନ କରିଥାଏ। ଏହା ହେଉଛି ଆମ ଦେଶର ପ୍ରତୀକ । ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୁକସାକ୍ଷୀ, ଏହା ମଧ୍ୟ ରାଷ୍ଟ୍ରୀୟ ଏକତା, ସହିଷ୍ଣୁତା ଓ ବନ୍ଧୁତାର ପ୍ରତୀକ ଅଟେ।
ଜାତି, ଧର୍ମ ନିର୍ବିଶେଷରେ ସବୁ ଭାରତୀୟ ତ୍ରିରଙ୍ଗା ତଳେ, ଯେତେବେଳେ ଏକଜୁଟ ହେବେ ସେତେବେଳେ କୌଣସି ଶକ୍ତି ଆମ ବିରୋଧରେ ସଫଳ ହେବେ ନାହିଁ। ତ୍ରିରଙ୍ଗାର ତିନି ରଙ୍ଗ ଆମକୁ ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଆଦର୍ଶରେ ଅନୁପ୍ରାଣିତ କରିଥାଏ। ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୂକ ସାକ୍ଷୀ।
ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଉପ ଜିଲ୍ଲାପାଳ ଅଶ୍ନି ଏ ଏଲ୍, ପିଏ ଆଇଟିଡିଏ ହଳଧର ଶବର, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ପୌର ପରିଷଦ ନିର୍ବାହୀ ଅଧିକାରୀଓ ରାଜୀବ ଲୋଚନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତ୍ରାସ ନାରାୟଣ ପଣ୍ଡା ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ୧୦୦ ମିଟର ଲମ୍ବର ତ୍ରିରଙ୍ଗା ପତାକା ଧରି ପଦଯାତ୍ରା କରାଯାଇଥିଲା । ସଂସ୍କୃତି ଭବନ ଠାରେ ଦେଶାତ୍ମବୋଧକ ନୃତ୍ୟ ଓ ସଙ୍ଗୀତ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ଲୋକ ପ୍ରତିନିଧି, ଛାତ୍ରୀଛାତ୍ର, ଜିଲାସ୍ତରୀୟ ଅଧିକାରୀ, ଏବଂ ଅବକାରୀ, ବିଏସଏଫ୍ ଯବାନ ଓ ପୋଲିସ ବିଭାଗର କର୍ମଚାରୀ, ସ୍ଥାନୀୟ ଜନସାଧାରଣ ଯୋଗଦେଇଥିଲେ।
Leave a Reply