ଗଜପତି //ପାରଳା ପୋଲିସ ଦ୍ୱାରା ବେଆଇନ ମଦ କାରବାର ବିରୁଦ୍ଧରେ ଚଢଉ, 2 ଗିରଫ ଓ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ

Spread the love

ଗଜପତିରେ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ପାରଳାଖେମୁଣ୍ଡି,୨୧.୦୬(ତାରିଣୀ ପ୍ରସାଦ ପଣ୍ଡା): ଦର୍ଶନ ସମୀକ୍ଷା

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଇଣ୍ଡୋର ଷ୍ଟାଡିୟମ୍ ଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କ୍ରୀଡ଼ା ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି।

ଉକ୍ତ ଦିବସରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡିର ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା, ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି କେ. ନାଗାରାଜୁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢ଼ୀ, ପାରଳାଖେମୁଣ୍ଡି ପୌରାଧ୍ୟକ୍ଷା ନିର୍ମଳା ସେଠୀ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ୱୀରାଜ ମଣ୍ଡଳ, ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ ଏବଂ ଜିଲ୍ଲା କ୍ରୀଡ଼ା ଅଧିକାରୀ ତ୍ରୀନାଥ ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ।
ପାରଳା ପୋଲିସ ଦ୍ୱାରା ବେଆଇନ ମଦ କାରବାର ବିରୁଦ୍ଧରେ ଚଢଉ, 2 ଗିରଫ
ପାରଳାଖେମୁଣ୍ଡି, 21/6(ତାରିଣୀ ପ୍ରସାଦ ପଣ୍ଡା ):

ଗଜପତି ଏସ୍‌.ପି. ପ୍ରହଲ୍ଲାଦ ସହାୟ ମୀନାଙ୍କ ନିର୍ଦ୍ଦେଶକ୍ରମେ ପାରଳାଖେମୁଣ୍ଡି ସହର ଓ ଗ୍ରାମାଞ୍ଚଳରେ ବେଆଇନ ମଦ ବ୍ୟବସାୟ ବିରୋଧରେ ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ଚାଲିଥିବା ସ୍ୱତନ୍ତ୍ର ଅଭିଯାନ ଜାରି ରହିଛି। ଗୁଇନ୍ଦା ସୂଚନା ଆଧାରରେ ଗଠିତ ଏକ ସ୍ୱତନ୍ତ୍ର ପୋଲିସ ଦଳ ଗତକାଲି ଅପରାହ୍ନରେ ଜାଗିଲି ସାହି ଏବଂ ଓମ୍ ଶାନ୍ତି କଲୋନୀ ଅଞ୍ଚଳରେ ବେଆଇନ ଚୋରା ମଦ ବିକ୍ରି କରୁଥିବା ବ୍ୟକ୍ତି ଓ ତାଙ୍କ ଦୁଇଟି ଘର ଉପରେ ଚଢ଼ାଉ କରିଥିଲେ । ଚଢ଼ାଉ ସମୟରେ ଢୋବା ସାହି ନିକଟସ୍ଥ ଅଞ୍ଚଳର ଶ୍ରୀନିବାସ ବେହେରା (୪୯) ଏବଂ ଜଗିଲି ସାହିର ତାଲାକାନି ଭାରତୀ (୪୫)ଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କ ନିକଟରୁ ମୋଟ ୨୧୦ ଲିଟର ଚୋରା ମଦ ଜବତ କରାଯାଇଛି। ଏହି ଘଟଣାରେ ପାରଳାଖେମୁଣ୍ଡି ଥାନା କେସ୍ ନଂ ୨୪୫/୨୦୨୬ ଓ ୨୪୬/୨୦୨୬ ରୁଜୁ କରାଯାଇଛି। ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଥିବା ବେଳେ ତଦନ୍ତ ଜାରି ରହିଛି ବୋଲି ପାରଳାଖେମୁଣ୍ଡି ଆଇଆଇସି ପ୍ରଶାନ୍ତ କୁମାର ଭୂପତି ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *