ବୌଦ୍ଧ : ଆସନ୍ତା ୭ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବିଶାଳ ସେବା ଜ୍ୟୋତି ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ..
ବୌଦ୍ଧ: କୁନା ଦିଗାଲ ଦର୍ଶନ ସମୀକ୍ଷା
ଜିଲ୍ଲା ରେ ସେବା ସଂକଳ୍ପ ଅଭିଯାନ ୨୦୨୬ ଅନ୍ତର୍ଗତ ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରା ଆସନ୍ତା ୭ ଅକ୍ଟୋବର ଦିନ ଅନୁଷ୍ଠିତ ହେବ l ଏହି କାର୍ଯ୍ୟକ୍ରମକୁ ସଫଳତାର ସହ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଥିଲା l ବୈଠକରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ , କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ କହ୍ନାଇ ଚରଣ ଡାଙ୍ଗ , ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ, କନ୍ଧମାଳ ସାଂସଦଙ୍କ ପ୍ରତିନିଧି ଯୁଗଳ କିଶୋର ସାମଲ ଯୋଗଦେଇ ଆବଶ୍ୟକ ମାର୍ଗ ଦର୍ଶନ କରିଥିଲେ l ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ୨୫ ବର୍ଷର ସାର୍ବଜନୀନ ଜୀବନ ଓ ଜନସେବାରେ ଗ୍ରହଣ କରାଯାଇଥିବା ପଦକ୍ଷେପ ଓ ଉପଲବ୍ଧିଗୁଡ଼ିକୁ ତୃଣମୂଳ ସ୍ତରରେ ଲୋକମାନଙ୍କ ପାଖରେ ପହଞ୍ଚାଇବା ସହ ସମାଜର ବିଭିନ୍ନ ବର୍ଗଙ୍କୁ ୨୦୪୭ ବିକଶିତ ଭାରତ ସଂକଳ୍ପ ସହ ଯୋଡ଼ିବା ହେଉଛି ଏହି ଯାତ୍ରାର ମୁଖ୍ୟ ଉଦ୍ଦେଶ୍ୟ l ଏହି ପରିପ୍ରେକ୍ଷୀରେ ଜିଲ୍ଲାସ୍ତରରେ ଏହି କାର୍ଯ୍ୟକ୍ରମ ମହାସମାରୋହରେ ଆୟୋଜନ କରାଯିବା ପାଇଁ ବିସ୍ତୃତ ଆଲୋଚନା ହେଇଥିଲା l ବୌଦ୍ଧ ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରା ସକାଳ ୮ ଟା ରେ ଜାମୁଛକରୁ ବାହାରି ସହର ପରିକ୍ରମା କରି ଷ୍ଟାଡିୟମ୍ ରେ ପହଞ୍ଚିବ l ସେଠାରେ ବିକଶିତ ଭାରତ ସଂକଳ୍ପ ସଭା ଅନୁଷ୍ଠିତ ହେବ।ସେବା ଜ୍ୟୋତି ବହନ କରୁଥିବା ଏକ ସୁସଜ୍ଜିତ ଯାନ ଶୋଭାଯାତ୍ରାର ସମ୍ମୁଖରେ ଗତି କରିବ l ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା ପ୍ରଦର୍ଶନ ସହ ବନ୍ଦେ ମାତରମ୍ ସଂଗୀତ ଗାନ କରାଯିବ l ଏହି ଉପଲକ୍ଷେ ସେଠାରେ ଏକ ବିଶାଳ ରଙ୍ଗୋଲି ପ୍ରସ୍ତୁତ କରାଯିବ l ଏହି କାର୍ଯ୍ୟକ୍ରମକୁ ସୁଚାରୁ ଓ ସଫଳ ଭାବେ ଆୟୋଜନ କରିବା ପାଇଁ ବିଭିନ୍ନ ବିଭାଗ ସେମାନଙ୍କ ଦାୟିତ୍ୱକୁ ସଠିକ୍ ଭାବେ ନିର୍ବାହ କରିବାକୁ ବୈଠକରେ ନିର୍ଦ୍ଦେଶ ଦିଆଯାଇଥିଲା l ଶୃଙ୍ଖଳା ରକ୍ଷା, ଟ୍ରାଫିକ୍ ନିୟନ୍ତ୍ରଣ, ପାନୀୟ ଜଳ ବ୍ୟବସ୍ଥା, ସ୍ୱାସ୍ଥ୍ୟସେବା ଓ ଆମ୍ବୁଲାନ୍ସ ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ମଞ୍ଚ ସଜ୍ଜା, ଏଲ୍ଇଡି ଓ ସାଉଣ୍ଡ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ, ପରିଷ୍କାର ପରିଚ୍ଛନ୍ନତା ଓ ଜଳଯୋଗ ଆଦି ସମ୍ପର୍କରେ ଆଲୋଚନା କରାଯାଇ ଆବଶ୍ୟକ ପଦକ୍ଷେପ ନେବା ପାଇଁ ପରାମର୍ଶ ଦିଆଯାଇଥିଲା l ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଜିଲ୍ଲା ସଂସ୍କୃତି ଅଧିକାରୀ ଅଙ୍କିତା ସାହୁ, ଜିଲ୍ଲା କ୍ରୀଡା ଅଧିକାରୀ ଜ୍ୟୋତି ରଞ୍ଜନ ଭୁଏ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମକର୍ତ୍ତାମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ବୈଠକର ପ୍ରାରମ୍ଭରେ ଜିଲ୍ଲା ସଂସ୍କୃତି ଅଧିକାରୀ ସମସ୍ତଙ୍କୁ ସ୍ୱାଗତ ଜଣାଇବା ସହ କ୍ରୀଡ଼ା ଓ ସଂସ୍କୃତି ବିଭାଗ ପକ୍ଷରୁ ମିଳିଥିବା ମାର୍ଗଦର୍ଶିକା ଆଧାରରେ ବୈଠକରେ ଆବଶ୍ୟକ ସୂଚନା ପ୍ରଦାନ କରିଥିଲେ l











