Spread the love

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମାଲକାନଗିରି:-=(ଦର୍ଶନ ସମୀକ୍ଷା)ମନୋଜ ଦେବ ପାଙ୍ଗି
ମାଲକାନଗିରି ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଚଳିତ ଅକ୍ଟୋବର ୨୭ ଠାରୁ ନଭେମ୍ବର ୨ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହେବ । ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବେଦବର ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରାଜ କିଶୋର ଦାସ ଓ ଡିଏସପି ଦୁର୍ନୀତି ନିବାରଣ ମାଲକାନଗିରି ଶାଖା ସଦାନନ୍ଦ ପାଣି ମଞ୍ଚାସୀନ ଥିଲେ। ଜିଲ୍ଲାସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନେଇ ଆୟୋଜିତ ଏହି ବୈଠକରେ ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ କାର୍ଯ୍ୟସୂଚୀ ନେଇ ଜିଲ୍ଲା ଓ ବ୍ଲକ୍ ସ୍ତରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରା ଯାଇଥିଲା । ସପ୍ତାହ ଆରମ୍ଭ ଦିନ ଅକ୍ଟୋବର ୨୭ ତାରିଖ ପୂର୍ବାହ୍ନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭି.ସି. ଜରିଆରେ ଶପଥ ପାଠ କାର୍ଯ୍ୟକ୍ରମରେ ସମସ୍ତ ଅଧିକାରୀ ଓ କର୍ମଚାରୀ ଙ୍କ ସମେତ ଜନପ୍ରତିନିଧି ପ୍ରମୁଖ ସାମିଲ ହୋଇ ଶପଥ ପାଠ କରିବେ । ଏଥିସହ ମିଶନ ଶକ୍ତି ବିଭାଗ ଦ୍ଵାରା ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟା ମାନଙ୍କୁ ନେଇ ଦୁର୍ନୀତି ନିବାରଣ ସଚେତନତାର ଏକ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସମସ୍ତ ବ୍ଲକ୍ ଓ ଗ୍ରାମପଞ୍ଚାୟତ ସ୍ତରରେ ଗ୍ରାମ ସଭା ଆୟୋଜନ କରି ସଚେତନତା କରିବାକୁ ନିଷ୍ପତ୍ତି ନେବା ସହ କାର୍ଯ୍ୟକ୍ରମ କୁ ସଫଳ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ କହିଛନ୍ତି।ଅନୁରୂପ ଭାବେ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ମାନଙ୍କୁ ନେଇ ପ୍ରବନ୍ଧ, ବକ୍ତୃତା ଓ କାର୍ଟୁନ୍ କମ୍ କ୍ୟାପସନ୍ ପ୍ରତିଯୋଗିତା ଆୟୋଜନ କରାଯିବ।
ଏହି ବୈଠକରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ଜିଲ୍ଲା ପରିଷଦ ଅର୍ଥ ପରିଚାଳକ ମାନସ ମିଶ୍ର, ବାଲାଜୀ ପଟ୍ଟନାୟକଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡିଓ ତହସିଲଦାର ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *