Spread the love

ଜିଲ୍ଲାସ୍ତରୀୟ ବରିଷ୍ଠ ନାଗରିକଙ୍କ ସଚେତନତା କର୍ମଶାଳା

କେନ୍ଦ୍ରାପଡ଼ା,: ରତ୍ନାକର ପରିଡା (ଦର୍ଶନ ସମୀକ୍ଷା) ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ମାତା ପିତା ତଥା ବରିଷ୍ଠ ନାଗରିକଙ୍କ ଭରଣ ପୋଷଣ ଓ କଲ୍ୟାଣ ଆଇନ-୨୦୦୭ର ସଚେତନତା କର୍ମଶାଳା କେନ୍ଦ୍ରାପଡା ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଅଛି । ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ରବୀନ୍ଦ୍ର କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନୀୟ ଅତିଥି ଭାବେ ଡିଏସପି ଗୋପୀନାଥ ପ୍ରଧାନ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରିଣୀ ସୁଷମା ମହାନ୍ତି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବିଜୟ କେତନ ସାହୁ, ଜିଲ୍ଲା କ୍ରିଡା ଅଧିକାରୀ ଲୋକନାଥ ପାଣିଗ୍ରାହୀ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ଦୀପ୍ତି ନାୟକ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଶିବମ ମହାନ୍ତି, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, କେନ୍ଦ୍ରାପଡା ଅନିରୁଦ୍ଧ ବେହେରା ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ସଦର ମହକୁମା ମଣ୍ଡଳ ସାମାଜିକ ସୁରକ୍ଷା ଅଧିକାରୀ ସୁଧାଶୁ ଶେଖର ବେହୁରାଙ୍କ ସହ ସମସ୍ତ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ମାନେ ଏବଂ ଜିଲ୍ଲାର ବିଭିନ୍ନ ବରିଷ୍ଠ ନାଗରିକ ସଂଘର ସଭ୍ୟ ଉପସ୍ଥିତ ରହିଥିଲେ । ଏହି କର୍ମଶାଳାରେ Help Age India ର ରାଜ୍ୟ ମୁଖ୍ୟ ଭାରତୀ ଚକ୍ର ରିସୋର୍ସ ପରସନ ଭାବେ ଯୋଗ ଦେଇଥିଲେ । ପ୍ରଥମେ ମୁଖ୍ୟ ଅତିଥି ତଥା ଅନ୍ୟ ସମ୍ମାନିତ ଅତିଥି ମାନଙ୍କ ଦ୍ବାରା ପ୍ରଦୀପ ପ୍ରଜ୍ବଳନ ପୂର୍ବକ ସଭା କାର୍ଯ୍ୟର ଶୁଭ ଉଦ୍ଘାଟନ କରାଯାଇଥିଲା । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସଂଗ୍ରାମ କେଶରୀ ବେଉରା ସ୍ବାଗତ ଭାଷଣ ପ୍ରଦାନ ସହ ଅତିଥି ମାନଙ୍କ ପରିଚୟ ଓ ଉକ୍ତ ଆଇନ ସମ୍ପର୍କରେ ସମ୍ୟକ ସୂଚନା ପ୍ରଦାନ କରିଥିଲେ । ଏହା ପରେ Help Age India ର ରାଜ୍ୟ ମୁଖ୍ୟ ମାତା ପିତା ତଥା ବରିଷ୍ଠ ନାଗରିକଙ୍କ ଭରଣ ପୋଷଣ ଓ କଲ୍ୟାଣ ଆଇନ-୨୦୦୭ ର କାର୍ଯ୍ୟକାରିତା ଉପରେ ବିସ୍ତୃତ ଭାବେ ଆଲୋଚନା କରିବା ସହ ଉପସ୍ଥିତ ଥ‌ିବା ସମସ୍ତ ଯୋଗଦାନ‌କାରୀଙ୍କ Pre ଓ Post Assessment ମଧ୍ୟ କରାଇଥିଲେ । ଏହା ପରେ ଉପସ୍ଥିତ ବରିଷ୍ଠ ନାଗରିକ ମାନଙ୍କର ଉକ୍ତ ଆଇନ ବିଷୟରେ ଥିବା ସମସ୍ତ ପ୍ରଶ୍ନର ଉତ୍ତର ମଧ୍ୟ ରଖିଥିଲେ । ମୂଖ୍ୟ ଅତିଥି ତାଙ୍କ ଅବିଭାଷଣରେ ଉକ୍ତ ଆଇନର ସୁବିଧା ସୁଯୋଗ କିଭଳି ଭାବରେ ଜିଲ୍ଲାର ସମସ୍ତ ବରିଷ୍ଠ ନାଗରିକ ନେଇପାରିବେ, ସେଥି ନିମନ୍ତେ ଜିଲ୍ଲା ପ୍ରଶାସନ ସଦାସର୍ବଦା କାର୍ଯ୍ୟରତ ଅଛି ବୋଲି ପରିପ୍ରକାଶ କରିଥିଲେ । ଉକ୍ତ କାର୍ଯ୍ୟକ୍ରମଟିକୁ ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମଚାରୀମାନେ ସୂଚାରୁରୂପେ ପରିଚାଳନା କରିଥିଲେ । ସର୍ବଶେଷରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବିଜୟ କେତନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *