ବାଲିମେଳା ସରସ୍ବତୀ ଶିଶୁ ମନ୍ଦିରରେ ମାତୃ ପିତୃ ପୂଜନ କାର୍ଯ୍ୟକ୍ରମ
ମାଲକାନଗିରି: ମନୋଜ ଦେବ ପାଙ୍ଗି (ଦର୍ଶନ ସମୀକ୍ଷା)
ମାଲକାନଗିରି ଜିଲ୍ଲା ବାଲିମେଳା ସହର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶନିବାର ମାତୃ ପିତୃ ପୂଜନ କାର୍ଯ୍ୟକ୍ରମ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୂର୍ଯ୍ୟକାନ୍ତ ପ୍ରଧାନଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ମୂଖ୍ୟ ଅତିଥି ଭାବେ ବାଲିମେଳା ଏନଏସିର ଅଧକ୍ଷ ପ୍ରଦୀପ କୁମାର ନାୟକ, ସମ୍ମାନିତ ଅତିଥି ଭାବେ ସମ୍ପାଦକ ଶରତ କୁମାର ନାୟକ,ସିଆରସିସି ପ୍ରଦ୍ୟୁମ୍ନ କୁମାର ସ୍ୱାଇଁ,ମୂଖ୍ୟ ବକ୍ତା ଭାବେ କୁଡୁମୁଲୁଗୁମ୍ମାରେ ଥିବା ଡାରଉଇନ ସ୍ମାରକୀ ସ୍ନାତକ ମହାବିଦ୍ୟାଳୟର ଅଧକ୍ଷ ଅଶୋକ କୁମାର ପ୍ରଧାନ ପ୍ରମୁଖ ଯୋଗଦେଇ ଶିଶୁ ମାନଙ୍କର ଚରିତ୍ର ଗଠନରେ ମାତା ଓ ପିତାଙ୍କ ଭୂମିକା ସମ୍ପର୍କରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ।ସନ୍ଧ୍ୟାରେ
ଆୟୋଜିତ ମାତୃ ପିତୃ ପୂଜନ କାର୍ଯ୍ୟକ୍ରମରେ ଶିଶୁମାନେ ଉପସ୍ଥିତ ମତା ପିତା, ଅଭିଭାବକଏବଂ ବିଦ୍ୟାଳୟର ଗୁରୁଜୀ ଗୁରୁମା ମାନଙ୍କର ପାଦ ପୂଜା କରି ଆଶୀର୍ବାଦ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀଙ୍କ ସମେତ ଅନୁଷ୍ଠାନର ସମସ୍ତ ଗୁରୁଜୀ ଗୁରୁମା ଏବଂ କର୍ମକର୍ତ୍ତା ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରାୟ ୫୦୦ରୁ
ଉର୍ଦ୍ଧ ଶିଶୁ ଏବଂ ସେମାନଙ୍କର ଅଭିଭାବକ ମାନେ ଯୋଗ ଦେଇଥିଲେ।












Leave a Reply