Spread the love

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ଧରାପଡିବା ପରେ ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି

ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ମାଝୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ରାୟଗଡ଼ା ସହରର ନିଜ ଘରେ ମନରେଗା ମେଟଙ୍କ ଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ ।

ସୂଚନାଯୋଗ୍ୟ ଯେ, ଯନ୍ତ୍ରୀ ଜଣଙ୍କ ମାଣ୍ଡିବିସିର ମନରେଗା ମେଟଙ୍କ ଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଶନିବାକ ସନ୍ଧ୍ୟାରେ ତାଙ୍କୁ ଧରିଛି ଭିଜିଲାନ୍ସ ଟିମ୍ ।

ରାୟଗଡ଼ା ସହରର ରାଣୀଗୁଡା ସ୍ଥିତ ଘରେ ଟଙ୍କା ସହିତ ଭିଜିଲାନ୍ସ ଧରିବା ପରେ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ଅସୁସ୍ଥ ହୋଇ ପଡିଥିଲେ । ତୁରନ୍ତ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ଭିଜିଲାନ୍ସ କର୍ତ୍ତୃପକ୍ଷ । ଭିଜିଲାନ୍ସ ଅତିରିକ୍ତ ଏସପି ଓ ଇନ୍ସପେକ୍ଟର ତରୁଲତା ବେହେରା ଘଟଣାର ତଦନ୍ତ କରୁଛନ୍ତି । ସେ ସୁସ୍ଥ ହେବା ପରେ ଅଧିକ ତଦନ୍ତ କରିବ ଭିଜିଲାନ୍ସ ।

Leave a Reply

Your email address will not be published. Required fields are marked *