Spread the love

ବାଲିମେଳା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ମାଲକାନଗିରି ମନୋଜ ଦେବ ପାଙ୍ଗି (ଦର୍ଶନ ସମୀକ୍ଷା)
ମାଲକାନଗିରି ଜିଲ୍ଲା ବାଲିମେଳା ସହରରେ ଥିବା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ବିଦ୍ୟାଳୟ ପରିସରରେ ପ୍ରଧାନ ଆଚାର୍ଯ୍ୟ ଗୋବିନ୍ଦ ଚନ୍ଦ୍ର ତ୍ରିପାଠୀଙ୍କ ତତ୍ୱାବଧାନରେ ମହା ସମାରୋହରେ ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ଅବସରରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିବା ସଭାରେ ମୂଖ୍ୟ ଅତିଥି ଭାବେ ବାଲିମେଳା ଏନଏସିର ନଗରପାଳ ପ୍ରଦୀପ କୁମାର ନାୟକ,ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ
ଚିତ୍ତରଞ୍ଜନ ପାଣିଗ୍ରାହୀ, ମାଲକାନଗିରି ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ, କୋରୁକୋଣ୍ଡା ଗୋଷ୍ଠୀ ଶିକ୍ଷାଧିକାରୀ ଅସିତ କୁମାର ମିସ୍ତ୍ରୀ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୂର୍ଯ୍ୟକାନ୍ତ ପ୍ରଧାନ, ସମ୍ପାଦକ ଶରତ କୁମାର ବେହେରା,ବି ଅରୁଣ କୁମାର ପାତ୍ର,
ପ୍ରଦ୍ୟୁମ୍ନ କୁମାର ସ୍ୱାଇଁ ଏବଂ ମୂଖ୍ୟ
ବକ୍ତା ଭାବେ ବାଲିମେଳା କଳିଙ୍ଗ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ୍ୟ ଚିତ୍ତରଞ୍ଜନ ପଣ୍ଡା ପ୍ରମୁଖ ଯୋଗ ଦେଇ ପ୍ରଥମେ ପ୍ରଭୁ ଜଗନ୍ନାଥଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପ୍ରଥମେ ବିଦ୍ୟାଳୟର କୁନି କୁନି ଛତ୍ରୀ ଛାତ୍ର ମାନେ ସ୍ୱାଗତ ସଂଗୀତ ଗାନ କରିଥିଲେ। ଏହା ପରେ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରାଯାଇଥିଲା। ଏହା ପରେ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା। ବିଦ୍ୟାଳୟର ଛାତ୍ରଛାତ୍ରୀ, ଅଭିଭାବକ ଏବଂ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଦର୍ଶକ ମାନଙ୍କ ମନୋରଞ୍ଜନ ପାଇଁ ବିଦ୍ୟାଳୟର ଛାତ୍ରୀ ଛାତ୍ର ମାନଙ୍କ ପକ୍ଷରୁ ଓଡିଶୀ, ଦେଶାତ୍ମବୋଧକ, ସମ୍ବଲପୁରୀ, ଆଦିବାସୀ ଲୋକ ନୃତ୍ୟ ସମେତ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ତଥା ନୃତ୍ୟ ଓ ସଂଗୀତ ପରିବେଷଣ କରାଯାଇଥିଲା ଏହି ବାର୍ଷିକ ଉତ୍ସବ ଅବସରରେ ବିଦ୍ୟାଳୟରେ ପୂର୍ବରୁ ଛାତ୍ରୀ ଛାତ୍ର ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରକାର କ୍ରୀଡା ଓ ଅନ୍ୟାନ୍ୟ ପ୍ରତିଯୋଗିତା ଗୁଡିକରେ କୃତିତ୍ୱ ହାସଲ କରିଥିବା ଛାତ୍ରୀ ଛାତ୍ର ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯିବା ସହିତ ମାନ ପତ୍ର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ କର୍ମକର୍ତ୍ତାଙ୍କ ସମେତ ସମସ୍ତ ଗୁରୁମା ଗୁରୁଜୀ ଓ କର୍ମଚାରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *