ବିବାଦୀୟ ବୈକୁଣ୍ଠ ଧାମରେ ବୁଲିପାରେ ବୁଲଡୋଜର । ଖୁବ ଶୀଘ୍ର ମାଟିରେ ମିଶିପାରେ ବୈକୁଣ୍ଠ ଧାମ ଆଶ୍ରମ ।
ସରକାରୀ ଜମିରେ ବିବାଦୀୟ ବୈକୁଣ୍ଠ ଧାମ ଆଶ୍ରମ ନିର୍ମାଣ ହୋଇଥିବା ଘଟଣା ସାମ୍ନାକୁ ଆସିବା ପରେ ଏକଥା ସ୍ପଷ୍ଟ ହୋଇଛି ।
ଆତ୍ମଘୋଷିତ ବାବା କାଶୀନାଥଙ୍କ ବୈକୁଣ୍ଠ ଧାମ ଆଶ୍ରମ ସରକାରୀ ଜମିରେ ନିର୍ମାଣ ହୋଇଥିବା ଜାଣିବାକୁ ପାଇଛି ସାଧାରଣ ପ୍ରସାଶନ ବିଭାଗ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ଆଜି ସକାଳେ ଆଶ୍ରମ ଓ ଏହାର ଚାରି ପାଖ ଅଞ୍ଚଳରେ ହୋଇଥିଲା ମାପଚୂପ ।