Spread the love

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଖୋର୍ଦ୍ଧା ରେ ଶିଳ୍ପାଞ୍ଚଳ ପୁଲିସ ଷ୍ଟେସନ ଓ କେଉଁଝର ବଡବିଲ ରେ ଟ୍ରାଫିକ ପୋଲିସ ଷ୍ଟେସନ କୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ.

47 ନୂଆ ପଦବୀ ସୃଷ୍ଟି .

ତା.2/5/23
ଭୁବନେଶ୍ବର

ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟ ହେଲା “ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ୍‌ ପୋଲିସ ଷ୍ଟେସନ”, ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି
କେନ୍ଦୁଝର ଓ ବଡବିଲରେ ହେବ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ, ୨୪ଟି ଅତିରିକ୍ତ ପଦବୀ ସୃଷ୍ଟି
ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେସନ ଭାବେ ଉନ୍ନୀତ କରାଯାଇଛି ଏବଂ ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ଏ ସଂପର୍କୀୟ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ ।
ଏହି ପୋଲିସ ଷ୍ଟେସନରେ ସୃଷ୍ଟି ହୋଇଥିବା ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍‌ସପେକ୍ଟର, ୬ଟି ସବ୍‌ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ ସବ୍‌ ଇନିସପେକ୍ଟର , ୨ଟି ହାବିଲଦାର ଏବଂ ୧୧ଟି କନେଷ୍ଟବଳ ପଦବୀ ରହିଛି ।
ସେହିପରି ରାଜ୍ୟ ସରକାର କେନ୍ଦୁଝର ଓ ବଡବିଲ ସହରରେ ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ମଧ୍ୟ ସୃଷ୍ଟି କରିଛନ୍ତି ଏବଂ ଏଥିପାଇଁ ୨୪ଟି ନୂତନ ପଦବୀ ମଂଜୁର କରାଯାଇଛି । ଏ ସଂପର୍କୀୟ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି। ଏହାଦ୍ଵାରା ଏହି ଦୁଇଟି ସହରରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଲକ୍ଷ୍ୟ ରଖାଯାଇଛି ।
ଏହି ଦୁଇଟି ଟ୍ରାଫିକ ପୋଲିସ ଷ୍ଟେସନ ପାଇଁ ସୃଷ୍ଟି ହୋଇଥିବା ୨୪ଟି ପଦବୀ ମଧ୍ୟରେ ୨ଟି ଇନ୍‌ସପେକ୍ଟର, ୬ଟି ଆସିଷ୍ଟାଣ୍ଟ ସବ୍‌ଇନସ୍‌ପେକ୍ଟର ଓ ୧୬ଟି କନେଷ୍ଟବଳ ପଦବୀ ରହିଛି ।

Leave a Reply

Your email address will not be published. Required fields are marked *