ନୂଆ ଯୋଜନା ଘୋଷଣା କଲେ ରାଜ୍ୟ ସରକାର: ପୁତ୍ର ସନ୍ତାନ ଜନ୍ମ ହେଲେ ମିଳିବ ୧୦ ହଜାର ଟଙ୍କା ଝିଅ ଜନ୍ମହେଲେ ମିଳିବ ୧୨ ହଜାର ଟଙ୍କା…
![](https://darshansamikhya.in/wp-content/uploads/2025/02/IMG_20250212_100929.jpg)
ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ (Co-Branding) କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨ ହଜାର ଟଙ୍କା ପ୍ରଦାନ କରାଯିବ । ଗର୍ଭବତୀ, ପ୍ରସୂତି ମହିଳା ମାନଙ୍କ ଉତ୍ତମ ସ୍ୱାସ୍ଥ୍ୟ ତଥା କନ୍ୟା ସନ୍ତାନ ଜନ୍ମକୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।
ଏହି ଯୋଜନାରେ ପୁତ୍ର ସନ୍ତାନ ଜନ୍ମ କ୍ଷେତ୍ରରେ ୧୦ ହଜାର ଟଙ୍କା ପ୍ରଦାନ କରାଯିବ । ତେବେ କନ୍ୟା ସନ୍ତାନ ପାଇଁ ପୂର୍ବରୁ ୧୦ ହଜାର ଟଙ୍କା ଦିଆଯାଉଥିବା ବେଳେ ମିଳିତ ଯୋଜନାରେ ୧୨ ହଜାର ଟଙ୍କା ଦିଆଯିବ । ସର୍ବାଧିକ ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ସହାୟତା ମିଳିବ । ତେବେ ପିଭିଟିଜି ମାନଙ୍କ କ୍ଷେତ୍ରରେ ଦୁଇଟି ସନ୍ତାନ ସୀମା ଲାଗୁ ହେବ ନାହିଁ ।
ଏଥିରେ ସହାୟତା କରୁଥିବା ଅଙ୍ଗନବାଡ଼ି କର୍ମୀମାନଙ୍କୁ ୨୦୦ ଟଙ୍କା ବଦଳରେ ୨୫୦ ଟଙ୍କା, ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ୫୦ ଟଙ୍କା ପରିବର୍ତ୍ତେ ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ ।
ଏହି ଉଭୟ ଯୋଜନାର ସମ୍ମିଳିତ କାର୍ଯ୍ୟକାରିତା ପାଇଁ ଆସନ୍ତା ଆର୍ଥିକ ବର୍ଷରେ ପ୍ରାୟ ୫୧୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି।