Spread the love

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ସମାରୋହ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରାଯାଇଛି । ରାମ ମନ୍ଦିର ନିର୍ମାଣ କମିଟିର ସଭାପତି ନୃପେନ୍ଦ୍ର ମିଶ୍ର, ବିଶ୍ୱ ହିନ୍ଦୁ ପରିଷଦର ଅନ୍ତର୍ଜାତୀୟ କାର୍ଯ୍ୟକାରୀ ସଭାପତି ଆଲୋକ କୁମାର ଏବଂ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ, ଅଖିଳ ଭାରତୀୟ ସମ୍ପର୍କ ମୁଖ୍ୟ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ରାଷ୍ଟ୍ରପତି ମୁର୍ମୁଙ୍କୁ ଏହି ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି!.
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜାନୁଆରି ୨୨ ତାରିଖରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ନିମନ୍ତ୍ରଣ ପତ୍ର ପ୍ରଦାନ କରାଯାଇଛି। ଏହାକୁ ନେଇ ସେ ବହୁତ ଖୁସି ବ୍ୟକ୍ତ ବୋଲି ଭିଏଚପିର ଆଲୋକ କୁମାର କହିଛନ୍ତି। ସେ ଖୁବଶୀଘ୍ର ଅଯୋଧ୍ୟା ଆସିବାପାଇଁ ସମୟ ନିର୍ଦ୍ଧାରଣ କରିବେ ବୋଲି କହିଛନ୍ତି। ଏହାପୂର୍ବରୁ ଗୁରୁବାର ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ନିମନ୍ତ୍ରଣ ପ୍ରଦାନ କରାଯାଇଛି!.

Leave a Reply

Your email address will not be published. Required fields are marked *