କନ୍ଧମାଳ : ଶ୍ରୀ ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କ ଲିଖିତ ଓ ଭାରତର ରାଷ୍ଟ୍ରୀୟ ସଙ୍ଗୀତ “ବନ୍ଦେ ମାତରମ ’’ର ୧୫୦ ବର୍ଷ ପୂର୍ତ୍ତି ଉତ୍ସବ ପାଳନ..
କନ୍ଧମାଳ-=ଦର୍ଶନ ସମୀକ୍ଷା କୁନା ଦିଗଲ
ଜିଲ୍ଲା ରେ କେନ୍ଦ୍ର ସରକାରଙ୍କର ନିଷ୍ପତି ଅନୁଯାୟୀ ବର୍ଷ ବ୍ୟାପୀ ସାରା ଦେଶ ତଥା ଆମ ରାଜ୍ୟରେ ଶ୍ରଦ୍ଧାର ସହିତ ପାଳନ କରିବା ନିମନ୍ତେ ସରକାର ନିଷ୍ପତି ଗ୍ରହଣ କରିଛନ୍ତି l ଏହି ପରିପ୍ରେକ୍ଷୀରେ ସରକାରୀ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ, ଫୁଲବାଣୀଠାରେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ, କନ୍ଧମାଳ ଶ୍ରୀ ବେଦଭୂଷଣ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ, କନ୍ଧମାଳ ଶ୍ରୀ ରମେଶ ଚନ୍ଦ୍ର ଜେନା, ଅତିରିକ୍ତ ଜିଲ୍ଲାପାଳ, କନ୍ଧମାଳ ଶ୍ରୀ କୁଶଳ ଚନ୍ଦ୍ର ନାଏକ, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, କନ୍ଧମାଳ ଶ୍ରୀ ଶମ୍ଭୁନାଥ ନନ୍ଦୀ, ପ୍ରକଳ୍ପ ନିର୍ଦ୍ଦେଶକ, ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା, କନ୍ଧମାଳ ଶ୍ରୀ ପ୍ରବୀଣ କୁମାର ବାଣୁଆ, ଉପ-ଜିଲ୍ଲାପାଳ, ଫୁଲବାଣୀ ଶ୍ରୀ ଭିକାରୀ ସାହୁ ଓ ଅଧ୍ୟକ୍ଷ, ସରକାରୀ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟ, ଫୁଲବାଣୀ ଶ୍ରୀ ମଧୁପ ସୁନା ଯୋଗଦେଇଥିଲେ l ଭାରତର ରାଷ୍ଟ୍ରୀୟ ସଙ୍ଗୀତ ବନ୍ଦେ ମାତରମ ଗାନ କରାଯାଇଥିଲା ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ସିଧା ପ୍ରସାରଣ ପ୍ରଦର୍ଶନ କରାଯାଇଥିଲା l ପ୍ରକଳ୍ପ ପ୍ରଶାସକ, ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା, ଫୁଲବାଣୀ -ତଥା-ଜିଲ୍ଲା ସଂସ୍କୃତି ଅଧିକାରୀ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗଦାଧର ପାତ୍ର ପ୍ରାରମ୍ଭିକ ଅଭିଭାଷଣ ପ୍ରଦାନ କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ l ଏହି କାର୍ଯ୍ୟକ୍ରମରେ ସରକାରୀ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟର ଅଧ୍ୟାପକ ଅଧ୍ୟାପିକା, ଛାତ୍ରଛାତ୍ରୀ, କର୍ମଚାରୀ ଓ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦେଇଥିଲେ l












Leave a Reply