ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା…ପୋଲିସ ମହାନିର୍ଦ୍ଦେଶକଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ..ଦିଲ୍ଲୀରେ ବିସ୍ଫୋରଣ ସାଧାରଣ ଲୋକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖପ୍ରକାଶ

Spread the love

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା

ଦିଲ୍ଲୀରେ ବିସ୍ଫୋରଣ
ସାଧାରଣ ଲୋକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖପ୍ରକାଶ

ପୋଲିସ ମହାନିର୍ଦ୍ଦେଶକଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର
୧୧ ନଭେମ୍ବର ୨୦୨୫

ଦିଲ୍ଲୀରେ ଆଜି ସନ୍ଧ୍ୟାରେ ଘଟିଥିବା ବିସ୍ଫୋରଣ ଏବଂ ସାଧାରଣ ଲୋକଙ୍କ ଜୀବନହାନି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଘଟଣାର କଡ଼ା ନିନ୍ଦା କରିବା ସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଅମାନବୀୟ ଘଟଣାକୁ ଭାରତ କେବେ ବରଦାସ୍ତ କରିନାହିଁ, କି କରିବ ନାହିଁ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ନିଶ୍ଚିତ ଭାବେ ଏ ଘଟଣାର ଉପଯୁକ୍ତ ତଦନ୍ତ କରି ଦୋଷୀମାନଙ୍କୁ ଦଣ୍ଡବିଧାନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ପୋଲିସ ମହାନିର୍ଦ୍ଦେଶକଙ୍କ ସହିତ ଟେଲିଫୋନ ଯୋଗେ ଆଲୋଚନା କରି ଓଡ଼ିଶାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷକରି, ଓଡ଼ିଶାରେ ବାଲିଯାତ୍ରା ପରି ଉତ୍ସବ ଅନୁଷ୍ଠିତ ହେଉଥିବାବେଳେ, ପୋଲିସ ପକ୍ଷରୁ ସମ୍ପୂର୍ଣ୍ଣ ଭାବେ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହା ସହିତ ରାଜ୍ୟର ପ୍ରମୁଖ ସହର ଏବଂ ବିଭିନ୍ନ ସମ୍ୱେଦନଶୀଳ ସ୍ଥାନ ମାନଙ୍କରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *