ବରଗଡ଼ ଧନୁଯାତ୍ରା ପାଇଁ କଳାକାର ଘୋଷଣା
ବରଗଡ଼ : ଦର୍ଶନ ସମୀକ୍ଷା
ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ଜାନୁଆରୀ ୩ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ । ଏଥର ମହୋତ୍ସବରେ ଅଭିନୟ ପାଇଁ କଂସ ସମେତ ଅନ୍ୟ ପ୍ରମୁଖ ଚରିତ୍ର ପାଇଁ କଳାକାର ଚୟନ କରାଯାଇଛି । ଏଥିରେ ବରଗଡ଼ ଜିଲା ଭେଡେନ ବ୍ଲକ ଚିଚିଣ୍ଡା ଗ୍ରାମର ସୁଶିଲ ମେହେର ବରଗଡ଼ କଂସ ଅଭିନେତା ଭାବେ ମନୋନୀତ ହୋଇଛନ୍ତି। ସେହିପରି ପ୍ରଭାସ କୁମାର ତ୍ରିପାଠୀ ମୁଷ୍ଟିକ, ହିମାଂଶୁ ସାହୁ ଚାଣୁର, ଆର୍ତ୍ତତ୍ରାଣ ମହାପାତ୍ର ଉଗ୍ରସେନ, କାମରାଜ ଭୋଇ ନାରଦ, ମନୋଜ ସାହୁ ବସୁଦେବ, ଜଗନ୍ନାଥ ସାହୁ ଅକ୍ରୂର, ଜଗବନ୍ଧୁ ମହାଲିଙ୍ଗ ସାର୍ତ୍ତକୀ, ଅମ୍ବାଭୋନାର ହେମନ୍ତ ପ୍ରଧାନ ସେନାପତି, ଗୁଲାବ ଚନ୍ଦ୍ର ଦାଶ ମହାମନ୍ତ୍ରୀ, ମୁଗ୍ଧା ଦାଶ ଦେବକୀ ଚରିତ୍ର ପାଇଁ ଚୟନ ହୋଇଛନ୍ତି। ଧନୁଯାତ୍ରା ମହୋତ୍ସବ ସମିତି ଉପସଭାପତି ବରଗଡ଼ ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏହା ଘୋଷଣା କରିଛନ୍ତି। ଘୋଷଣା ସମୟରେ ଧନୁଯାତ୍ରା ମହୋତ୍ସବ ସମିତିର ସମ୍ପାଦକ ସୁରେଶର ଶତପଥୀ ମଧ୍ୟ ଉପସ୍ଥିତ ଥିଲେ।












Leave a Reply