Spread the love

ଗତକାଲି ଏ ବର୍ଷ ପ୍ରଥମ ଥର ପାଇଁ ୪୪ ଡିଗ୍ରୀ ପାର୍ କରିଛି ରାଜ୍ୟର ତାତି। ବୌଦ୍ଧର ତାପମାତ୍ରା ସର୍ବାଧିକ ୪୪.୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା। ସେପଟେ କାଳବୈଶାଖୀ ହେବାର ଥିବାରୁ ୨୧ ଓ ୨୨ ତାରିଖରେ ତାତି ଟିକେ କମିବ। ୨୪ ତାରିଖ ଯାଏଁ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ।

କିନ୍ତୁ ୨୫ ତାରିଖ ପରେ ପୁଣି ତାପମାତ୍ରା ବଢ଼ିବାର ସମ୍ଭାବନା ଅଛି।





ଅନ୍ୟପଟେ ରାଜ୍ୟରେ ଅଂଶୁଘାତରେ ଏଯାବତ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବାଲେଶ୍ୱରରୁ ଜଣକ ମୃତ୍ୟୁ ହୋଇଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ଏଯାବତ ସାରା ରାଜ୍ୟରେ ଅଂଶୁଘାତ ଓ ହିଟ୍‌ ରିଲେଟେଡ୍‌ ଇଲନେସରେ ମୋଟ ୭୧ ଜଣ ଆକ୍ରାନ୍ତ ହୋଇଛନ୍ତି!.

୭୧ ଜଣଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫ ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ମୟୂରଭଞ୍ଜରୁ ୭ , ଅନୁଗୁଳରୁ ୭ ଜଣ ଅଂଶୁଘାତଜନିତ ସମସ୍ୟା ନେଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେହିପରି କ୍ୟାପିଟାଲ ହସ୍ପିଟାଲରେ ୬ ଜଣ ହିଟ୍‌ ରିଲେଟେଡ୍‌ ଇଲନେସ୍‌ ପାଇଁ ଆଡମିଶନ୍‌ ହୋଇଥିଲେ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ଅତି ଆବଶ୍ୟକ ନ ପଡ଼ିଲେ ବୟସ୍କ , ବିଭିନ୍ନ ରୋଗରେ ଆକ୍ରାନ୍ତ ବ୍ୟକ୍ତି ଓ ଗର୍ଭବତୀ ମହିଳାମାନେ ଖରାରେ ନ ବହାରିବାକୁ ପରାମର୍ଶ ଦେଇଛନ୍ତି ଡାକ୍ତର ନିରଞ୍ଜନ ମିଶ୍ର। ଯଦି ଖରାକୁ ବାହାରୁଛନ୍ତି ତେବେ ସାଙ୍ଗରେ ଛତା , ପାଣି ବୋତଲ ଆଦି ନେଇ ଯାଆନ୍ତୁ ଏବଂ ମୁଣ୍ଡରେ ଓଦା କପଡ଼ା ଦିଅନ୍ତୁ ବୋଲି ସେ କହିଛନ୍ତି!.
ଏପ୍ରିଲରେ ଏଯାବତ୍‌ ୬ ଦିନ ହିଟୱେଭ୍ ଅନୁଭୂତ ହେଲାଣି। ଚଳିତ ମାସ ଆହୁରି ୩ ଦିନ ହିଟୱେଭ୍ ଅନୁଭୂତ ହେବ। କାଲି ପାଇଁ ହିଟୱେଭ୍ ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ନୟାଗଡ଼, ମୟୂରଭଞ୍ଜ, ଅନୁଗୁଳ ଓ ବୌଦ୍ଧକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏପ୍ରିଲରେ ସାଧାରଣତଃ ୧ରୁ ୩ ଦିନ ଯାଏଁ ହିଟୱେଭ୍ ଅନୁଭୂତ ହୁଏ। ଗତବର୍ଷ ଏପ୍ରିଲରେ ୫ ଦିନ ହିଟୱେଭ ଅନୁଭୂତ ହୋଇଥିଲା!.

Leave a Reply

Your email address will not be published. Required fields are marked *