ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ପାଳିତ
ଢେଙ୍କାନାଳ : 09/25 -=(ଦର୍ଶନ ସମୀକ୍ଷା)ଆଜି ପୂର୍ବାହ୍ନରେ ଟାଉନ ହଲ ସମ୍ମୁଖସ୍ଥ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଠାରେ ମହାପୁରୁଷଙ୍କ ଜୟନ୍ତୀ ପାଳିତ ହେଇଯାଇଛି l ଏହି କାର୍ଯ୍ୟକ୍ରମରେ ମାନ୍ୟବର ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣି ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ଉତ୍କଳମଣି ଙ୍କ ସ୍ମୃତିଚାରଣ କରିଥିଲେ l ସେ କିଭଳି ନିଜର ସ୍ୱାର୍ଥ, ପରିବାରକୁ ବାଦ ଦେଇ ସମାଜର ବୃହତ୍ତର ସ୍ୱାର୍ଥ ପାଇଁ କାର୍ଯ୍ୟ କରୁଥିଲେ ଏହାସହିତ ଓଡ଼ିଆ ସାହିତ୍ୟ ତଥା ଓଡିଶାରେ ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ l ଏହି ଅବସରରେ ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଜୟନ୍ତୀ ପାତ୍ର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଓ ନିର୍ବାହୀ ଅଧିକାରୀ ଶ୍ରୀ ଦୀପ୍ତି ରଞ୍ଜନ ସେଠି, ପୌରପାଳିକାର ନିର୍ବାହୀ ଅଧିକାରୀ ଶ୍ରୀ ଅଶ୍ୱିନୀ କୁମାର ଦାଶ, ସହରର ଜନ ପ୍ରତିନିଧି, ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇଥିଲେ l
Leave a Reply